ଗୁଡାରିରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର।

ଗୁଡାରି/ରାୟଗଡା:- ତା.୧୪-୦୭-୨୦୨୫ରିଖ ଦିନ ଗୁଡାରି ବ୍ଲକ କାର୍ଯ୍ୟାଳୟ ସଦଭାବନା ସଭାଗୃହ ରେ ଜିଲ୍ଲାପାଳ, ରାୟଗଡ଼ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ପାରୁଲ ପଟୱାରୀଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିର ରେ ଆରକ୍ଷୀ ଅଧିକ୍ଷକ ସ୍ୱାଥି ଏସ କୁମାର, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ କିରନଦୀପ କୌର ସହୋତା, ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରୋଜିନୀ ଦେବୀ ଯୋଗଦେଇ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୪୭ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୩୮ଟି ବ୍ୟକ୍ତିଗତ, ୦୯ଟି ସାମୁହିକ, ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ସେଥିମଧ୍ୟରୁ 10 ଗୋଟି ସ୍ୱାସ୍ଥ୍ୟଗତ ସମସ୍ୟା ଥିଲା।ଆଜି ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୧୦ ଜଣଙ୍କୁ ମୋଟ ୮୮୦୦୦/- ଟଙ୍କାର ଆର୍ଥିକ ସାହାଯ୍ୟ ଜିଲ୍ଲାପାଳ ପ୍ରଦାନ କରିଥିଲେ ।

ଅନ୍ୟ ଅଭିଯୋଗ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ଜିଲ୍ଲାପାଳ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲାପାଳଙ୍କୁ ଅବଗତ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଏହି ଅଭିଯୋଗ ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଉପଖଣ୍ଡ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଗୁଡାରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଚିସ୍ମିତା ବେହେରାଙ୍କ ତତ୍ୱାବଧାନରେ ଅନୁଷ୍ଠୀତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗୁଡାରି ତହସିଲଦାର ପାଡାଲା ଅନୁରାଧା, ଗୁଡାରି ଥାନା ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ସହକାରି ଜିଲ୍ଲାପାଳ ତଥା ଅଭିଯୋଗ ଶୁଣାଣି ଅଧିକାରୀ ସସ୍ମିତା ପଟ୍ଟନାୟକ, ଅଭିଯୋଗ ଶୁଣାଣିର ବରିଷ୍ଠ ରାଜସ୍ୱ ସହାୟକ ଅଚ୍ୟୁତାନନ୍ଦ ଲିମା କନିଷ୍ଠ ରାଜସ୍ୱ ସହାୟକ ଲୋପାମୁଦ୍ରା ଶିବିର ପରିଚାଳନା କରିଥିଲେ ।

Leave a Reply

Your email address will not be published. Required fields are marked *

error: Content is protected !!